ଦ୍ୱିତୀୟ ଶାମୁୟେଲ 20

ଏଥିମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।”

2 Samuel 20:11 (UKJV) And one of Joab's men stood by him, and said, He that favours Joab, and he that is for David, let him go after Joab.

9ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।

10ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।

11ଏଥିମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।”

12ସେସମୟରେ ଅମାସା ରାସ୍ତା ମଧ୍ୟରେ ଆପଣା ରକ୍ତରେ ଲଟ୍‍ପଟ୍‍ ହୋଇ ପଡ଼ିଥିଲା। ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାଙ୍କୁ ରାସ୍ତାରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇଦେଲା।

13ଅମାସା ରାସ୍ତାରୁ ବାହର କରାଯାʼନ୍ତେ, ସମସ୍ତ ଲୋକ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.