10ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।
11ଏଥିମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।”
12ସେସମୟରେ ଅମାସା ରାସ୍ତା ମଧ୍ୟରେ ଆପଣା ରକ୍ତରେ ଲଟ୍ପଟ୍ ହୋଇ ପଡ଼ିଥିଲା। ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାଙ୍କୁ ରାସ୍ତାରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇଦେଲା।
13ଅମାସା ରାସ୍ତାରୁ ବାହର କରାଯାʼନ୍ତେ, ସମସ୍ତ ଲୋକ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ।
14ଏଉତ୍ତାରେ ଯୋୟାବ ଇସ୍ରାଏଲର ସମସ୍ତ ବଂଶ ମଧ୍ୟଦେଇ ଆବେଲ୍ ଓ ବେଥ୍ମାଖା ଓ ସମସ୍ତ ବେରୀମ୍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ।