ଦ୍ୱିତୀୟ ଶାମୁୟେଲ 20

ଅମାସା ରାସ୍ତାରୁ ବାହର କରାଯାʼନ୍ତେ, ସମସ୍ତ ଲୋକ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ।

2 Samuel 20:13 (UKJV) When he was removed out of the highway, all the people went on after Joab, to pursue after Sheba the son of Bichri.

11ଏଥିମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।”

12ସେସମୟରେ ଅମାସା ରାସ୍ତା ମଧ୍ୟରେ ଆପଣା ରକ୍ତରେ ଲଟ୍‍ପଟ୍‍ ହୋଇ ପଡ଼ିଥିଲା। ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାଙ୍କୁ ରାସ୍ତାରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇଦେଲା।

13ଅମାସା ରାସ୍ତାରୁ ବାହର କରାଯାʼନ୍ତେ, ସମସ୍ତ ଲୋକ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ।

14ଏଉତ୍ତାରେ ଯୋୟାବ ଇସ୍ରାଏଲର ସମସ୍ତ ବଂଶ ମଧ୍ୟଦେଇ ଆବେଲ୍‍ ଓ ବେଥ୍‍ମାଖା ଓ ସମସ୍ତ ବେରୀମ୍‍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ।

15ପୁଣି ସେମାନେ ଆସି ବେଥ୍‍-ମାଖାସ୍ଥିତ ଆବେଲ୍‍ରେ ଶେବଃଙ୍କୁ ଆକ୍ରମଣ କଲେ ଓ ନଗର ନିକଟରେ ଓ ଗଡ଼-ପାଚେରୀ ନିକଟରେ ଏକ ଢିପିନିର୍ମିତ ହେଲା; ତହିଁରେ ଯୋୟାବର ସହିତ ଥିବା ସମସ୍ତ ସୈନ୍ୟ ପାଚେରୀ ଭୂମିସାତ୍‍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.