16ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, “ଶୁଣ, ଶୁଣ! ମୁଁ ବିନୟ କରୁଅଛି, ଯୋୟାବକୁ ଏହି ସ୍ଥାନକୁ ଆସିବାକୁ କୁହ, ଯେପରି ମୁଁ ତାଙ୍କ ସହିତ କଥାବାର୍ତ୍ତା କରିପାରେ।”
17ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, “ଆପଣ କʼଣ ଯୋୟାବ?” ସେ ଉତ୍ତର କଲା, “ହଁ।” ତେବେ ସେ ସ୍ତ୍ରୀ ତାହାକୁ କହିଲା, “ଆପଣା ଦାସୀର କଥା ଶୁଣନ୍ତୁ।” ସେ ଉତ୍ତର କଲା, “ମୁଁ ଶୁଣୁଅଛି।”
18ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ‘ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ।
19ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ?”
20ଏଥିରେ ଯୋୟାବ ଉତ୍ତର କରି କହିଲା, “ଏହା ଦୂର ହେଉ, ମୁଁ ଯେ ଗ୍ରାସ କରିବି କି ବିନାଶ କରିବି, ତାହା ମୋʼ ଠାରୁ ଦୂର ହେଉ।