ଦ୍ୱିତୀୟ ଶାମୁୟେଲ 20

ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ?”

2 Samuel 20:19 (UKJV) I am one of them that are peaceable and faithful in Israel: you seek to destroy a city and a mother in Israel: why will you swallow up the inheritance of the LORD?

17ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, “ଆପଣ କʼଣ ଯୋୟାବ?” ସେ ଉତ୍ତର କଲା, “ହଁ।” ତେବେ ସେ ସ୍ତ୍ରୀ ତାହାକୁ କହିଲା, “ଆପଣା ଦାସୀର କଥା ଶୁଣନ୍ତୁ।” ସେ ଉତ୍ତର କଲା, “ମୁଁ ଶୁଣୁଅଛି।”

18ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ‘ଲୋକେ ଆବେଲ୍‍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ।

19ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ?”

20ଏଥିରେ ଯୋୟାବ ଉତ୍ତର କରି କହିଲା, “ଏହା ଦୂର ହେଉ, ମୁଁ ଯେ ଗ୍ରାସ କରିବି କି ବିନାଶ କରିବି, ତାହା ମୋʼ ଠାରୁ ଦୂର ହେଉ।

21କଥା ସେପରି ନୁହେଁ; ମାତ୍ର ବିଖ୍ରିିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାଙ୍କୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି।” ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, “ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.