ଦ୍ୱିତୀୟ ଶାମୁୟେଲ 20

ଆଉ ଅଦୋନୀରାମ୍‍ ବେଠିକର୍ମକାରୀଙ୍କ ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ,

2 Samuel 20:24 (UKJV) And Adoram was over the tribute: and Jehoshaphat the son of Ahilud was recorder:

22ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା। ତହୁଁ ଲୋକମାନେ ବିଖ୍ରିିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ। ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ଗଲେ। ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ ନିକଟକୁ ଫେରିଗଲା।

23ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା।

24ଆଉ ଅଦୋନୀରାମ୍‍ ବେଠିକର୍ମକାରୀଙ୍କ ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ,

25ଶିବା ଲେଖକ ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;

26ପୁଣି ଯାୟୀରୀୟ ଈରା ମଧ୍ୟ ଦାଉଦଙ୍କର ଯାଜକ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.