4ଏଉତ୍ତାରେ ରାଜା ଅମାସାଙ୍କୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋʼ ଠାରେ ଏକତ୍ର କର ଓ ତୁମ୍ଭେ ମଧ୍ୟ ଉପସ୍ଥିତ ହୁଅ।”
5ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ରାଜାଙ୍କ ଦତ୍ତ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା।
6ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ଓ ସୈନ୍ୟମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀର-ବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”
7ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ଯିରୂଶାଲମରୁ ବାହାରି ବିଖ୍ରିିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ।
8ସେମାନେ ଗିବୀୟୋନ୍ସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ନିକଟକୁ ଆସିଲେ। ସେହି ସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା।