7ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ଯିରୂଶାଲମରୁ ବାହାରି ବିଖ୍ରିିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ।
8ସେମାନେ ଗିବୀୟୋନ୍ସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ନିକଟକୁ ଆସିଲେ। ସେହି ସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା।
9ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।
10ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।
11ଏଥିମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।”