ଦ୍ୱିତୀୟ ଶାମୁୟେଲ 21

ସେତେବେଳେ ଦାଉଦ ଯାଇ ଯାବେଶ-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।

2 Samuel 21:12 (UKJV) And David went and took the bones of Saul and the bones of Jonathan his son from the men of Jabeshgilead, which had stolen them from the street of Bethshan, where the Philistines had hanged them, when the Philistines had slain Saul in Gilboa:

10ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।

11ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା।

12ସେତେବେଳେ ଦାଉଦ ଯାଇ ଯାବେଶ-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।

13ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।

14ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍‍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.