11ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା।
12ସେତେବେଳେ ଦାଉଦ ଯାଇ ଯାବେଶ-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।
13ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।
14ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।
15ଏଥିଉତ୍ତାରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ସୈନ୍ୟମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳାନ୍ତ ହେଲେ।