ଦ୍ୱିତୀୟ ଶାମୁୟେଲ 21

ସେସମୟରେ ଇଶ୍‍ବୀ ବନୋବ୍‍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।

2 Samuel 21:16 (UKJV) And Ishbibenob, which was of the sons of the giant, the weight of whose spear weighed three hundred shekels of brass in weight, he being girded with a new sword, thought to have slain David.

14ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍‍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।

15ଏଥିଉତ୍ତାରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ସୈନ୍ୟମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳାନ୍ତ ହେଲେ।

16ସେସମୟରେ ଇଶ୍‍ବୀ ବନୋବ୍‍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।

17ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, “ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।”

18ଏଥିଉତ୍ତାରେ ପୁନର୍ବାର ଗୋବ୍‍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.