16ସେସମୟରେ ଇଶ୍ବୀ ବନୋବ୍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।
17ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, “ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।”
18ଏଥିଉତ୍ତାରେ ପୁନର୍ବାର ଗୋବ୍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।
19ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍ରେ ଯୁଦ୍ଧ ହେଲା; ତହିଁରେ ବେଥଲିହିମୀୟ ଯାରେ-ଓରଗୀମର ପୁତ୍ର ଇଲ୍ହାନନ୍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା।
20ଏହାପରେ ପୁନର୍ବାର ଗାଥ୍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।