20ଏହାପରେ ପୁନର୍ବାର ଗାଥ୍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।
21ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।
22ଏହି ଚାରି ଜଣ ଗାଥ୍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ଓ ତାଙ୍କ ଦାସମାନଙ୍କ ହସ୍ତ ଦ୍ୱାରା ବଧ ହୋଇଥିଲେ।