ଦ୍ୱିତୀୟ ଶାମୁୟେଲ 21

ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?”

2 Samuel 21:3 (UKJV) Wherefore David said unto the Gibeonites, What shall I do for you? and wherewith shall I make the atonement, that all of you may bless the inheritance of the LORD?

1ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”

2ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍‍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)

3ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?”

4ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, “ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ବନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ଡ କରିବା ଆମ୍ଭମାନଙ୍କର ଉଚିତ ନୁହେଁ।” ତହୁଁ ଦାଉଦ କହିଲେ, “ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”

5ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.