ଦ୍ୱିତୀୟ ଶାମୁୟେଲ 21

ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍‍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।

2 Samuel 21:7 (UKJV) But the king spared Mephibosheth, the son of Jonathan the son of Saul, because of the LORD's oath that was between them, between David and Jonathan the son of Saul.

5ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,

6ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”

7ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍‍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।

8ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍‍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ

9ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍‍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.