7ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।
8ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ
9ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ।
10ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।
11ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା।