9ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
10ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।
11ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ; ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ।
12ସେ ଅନ୍ଧକାରକୁ, ଅର୍ଥାତ୍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ।
13ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପତିତ ହେଲା।