2ସେ କହିଲେ, “ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା,
3ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।
4ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି।
5କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।
6ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା।