4ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି।
5କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।
6ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା।
7ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।
8ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।