12ମାତ୍ର ଶମ୍ମ ସେହି କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା; ତହିଁରେ ସଦାପ୍ରଭୁ ମହା ଜୟ ସାଧନ କଲେ।
13ଆଉ ତିରିଶ ଜଣ ପ୍ରଧାନ ସୈନ୍ୟମାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ।
14ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।
15ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”
16ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ।