22ଯିହୋୟାଦାର ପୁତ୍ର ବନାୟ ଏହି ସକଳ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା।
23ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।
24ଯୋୟାବର ଭ୍ରାତା ଅସାହେଲ ଉକ୍ତ ତିରିଶ ଜଣ ମଧ୍ୟରେ ଜଣେ ଥିଲା; ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍ହାନନ୍;
25ହରୋଦୀୟ ଶମ୍ମ, ହରୋଦୀୟ ଇଲୀକା;
26ପଲ୍ଟୀୟ ହେଲସ୍, ତକୋୟୀୟ ଇକ୍କେଶର ପୁତ୍ର ଈରା;