1“ଯିଶୀର ପୁତ୍ର ଦାଉଦ, ଯେ ବ୍ୟକ୍ତି ଉଚ୍ଚୀକୃତ, ଯେ ଯାକୁବର ପରମେଶ୍ୱରଙ୍କ ଅଭିଷିକ୍ତ ଓ ଇସ୍ରାଏଲର ମଧୁର ଗାୟକ, ଦାଉଦଙ୍କର ଶେଷ କଥା ଏହି;
2ମୋʼ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋʼ ଜିହ୍ୱାରେ ଥିଲା।
3ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।
4ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବ; ସେହି ସମୟରେ ବୃଷ୍ଟି ଉତ୍ତାରେ ନିର୍ମଳ କିରଣ ଦ୍ୱାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ।
5ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି? ସେ ମୋʼ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି? ସେ କି ମୋର ରକ୍ଷା କରିବେ ନାହିଁ?