ଦ୍ୱିତୀୟ ଶାମୁୟେଲ 24

“ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”

2 Samuel 24:12 (UKJV) Go and say unto David, Thus says the LORD, I offer you three things; choose you one of them, that I may do it unto you.

10ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”

11ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍‍ ଭବିଷ୍ୟଦ୍‍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,

12“ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”

13ତହୁଁ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ? ଏହା ବୁଝ, ଆଉ ମୋʼ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”

14ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.