ଦ୍ୱିତୀୟ ଶାମୁୟେଲ 24

ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”

2 Samuel 24:17 (UKJV) And David spoke unto the LORD when he saw the angel that stroke the people, and said, Lo, I have sinned, and I have done wickedly: but these sheep, what have they done? let yours hand, I pray you, be against me, and against my father's house.

15ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ।

16ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।

17ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”

18ସେହି ଦିନ ଗାଦ୍‍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”

19ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍‍ର ବାକ୍ୟାନୁସାରେ ଉଠିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.