16ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।
17ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”
18ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”
19ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟାନୁସାରେ ଉଠିଗଲେ।
20ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।