ଦ୍ୱିତୀୟ ଶାମୁୟେଲ 24

ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍‍ର ବାକ୍ୟାନୁସାରେ ଉଠିଗଲେ।

2 Samuel 24:19 (UKJV) And David, according to the saying of Gad, went up as the LORD commanded.

17ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”

18ସେହି ଦିନ ଗାଦ୍‍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”

19ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍‍ର ବାକ୍ୟାନୁସାରେ ଉଠିଗଲେ।

20ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।

21ପୁଣି ଅରୌଣା ପଚାରିଲା, “ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.