ଦ୍ୱିତୀୟ ଶାମୁୟେଲ 24

ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।

2 Samuel 24:20 (UKJV) And Araunah looked, and saw the king and his servants coming on toward him: and Araunah went out, and bowed himself before the king on his face upon the ground.

18ସେହି ଦିନ ଗାଦ୍‍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”

19ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍‍ର ବାକ୍ୟାନୁସାରେ ଉଠିଗଲେ।

20ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।

21ପୁଣି ଅରୌଣା ପଚାରିଲା, “ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”

22ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.