ଦ୍ୱିତୀୟ ଶାମୁୟେଲ 24

ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”

2 Samuel 24:23 (UKJV) All these things did Araunah, as a king, give unto the king. And Araunah said unto the king, The LORD your God accept you.

21ପୁଣି ଅରୌଣା ପଚାରିଲା, “ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”

22ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;”

23ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”

24ତହିଁରେ ରାଜା ଅରୌଣାକୁ କହିଲେ, “ନା, ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଚାଶ ଶେକଲ (ଏକ ଶେକଲ ୧୨ ଗ୍ରାମ୍) ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ।

25ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.