ଦ୍ୱିତୀୟ ଶାମୁୟେଲ 24

ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁଅଛନ୍ତି?”

2 Samuel 24:3 (UKJV) And Joab said unto the king, Now the LORD your God add unto the people, no matter how many they be, an hundredfold, and that the eyes of my lord the king may see it: but why does my lord the king delight in this thing?

1ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”

2ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”

3ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁଅଛନ୍ତି?”

4ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।

5ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍‍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍‍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.