ଦ୍ୱିତୀୟ ଶାମୁୟେଲ 24

ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍‍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍‍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;

2 Samuel 24:5 (UKJV) And they passed over Jordan, and pitched in Aroer, on the right side of the city that lies in the midst of the river of Gad, and toward Jazer:

3ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁଅଛନ୍ତି?”

4ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।

5ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍‍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍‍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;

6ତହିଁ ଉତ୍ତାରେ ସେମାନେ ଗିଲୀୟଦକୁ ଓ ତହତୀମ୍‍-ହଦ୍‍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍‍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ।

7ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେର୍‍ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.