1ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।
2ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍ଠାରୁ ଜାତ;
3ପୁଣି ଦ୍ୱିତୀୟ ପୁତ୍ର କିଲାବ୍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର।