ଦ୍ୱିତୀୟ ଶାମୁୟେଲ 3

ଏଉତ୍ତାରେ ଅବ୍‍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର?” ଆହୁରି କହିଲା, “ଆପଣ ମୋʼ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋʼ ହସ୍ତ ଆପଣଙ୍କର ସହାୟ ହେବ।”

2 Samuel 3:12 (UKJV) And Abner sent messengers to David on his behalf, saying, Whose is the land? saying also, Make your league with me, and, behold, my hand shall be with you, to bring about all Israel unto you.

10ସଦାପ୍ରଭୁ ଦାଉଦଙ୍କ ବିଷୟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ଯଦି ମୁଁ ତାଙ୍କ ପ୍ରତି ନ କରେ, ତେବେ ପରମେଶ୍ୱର ଅବ୍‍ନରକୁ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”

11ତହିଁରେ ସେ ଅବ୍‍ନରକୁ ଗୋଟିଏ କଥା ଉତ୍ତର ଦେଇ ପାରିଲା ନାହିଁ, କାରଣ ସେ ତାହାକୁ ଭୟ କଲା।

12ଏଉତ୍ତାରେ ଅବ୍‍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର?” ଆହୁରି କହିଲା, “ଆପଣ ମୋʼ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋʼ ହସ୍ତ ଆପଣଙ୍କର ସହାୟ ହେବ।”

13ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋʼ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋʼ ମୁଖ ଦେଖି ପାରିବ ନାହିଁ।”

14ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.