ଦ୍ୱିତୀୟ ଶାମୁୟେଲ 3

ଏଣୁ ତାହାର ସ୍ୱାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ନଗର ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍‍ନର ତାହାକୁ କହିଲା, “ଯାଅ ଗୃହକୁ ଫେରିଯାଅ,” ତହୁଁ ସେ ଫେରିଗଲା।

2 Samuel 3:16 (UKJV) And her husband went with her along weeping behind her to Bahurim. Then said Abner unto him, Go, return. And he returned.

14ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।”

15ତହିଁରେ ଈଶ୍‍ବୋଶତ ଲୋକ ପଠାଇ ଲୟିଶର ପୁତ୍ର ପଲ୍ଟୀୟେଲ ନାମକ ତାହାର ସ୍ୱାମୀ ନିକଟରୁ ମୀଖଲକୁ ନେଲା।

16ଏଣୁ ତାହାର ସ୍ୱାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ନଗର ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍‍ନର ତାହାକୁ କହିଲା, “ଯାଅ ଗୃହକୁ ଫେରିଯାଅ,” ତହୁଁ ସେ ଫେରିଗଲା।

17ଏଥିଉତ୍ତାରେ ଅବ୍‍ନର ଇସ୍ରାଏଲର ପ୍ରାଚୀନବର୍ଗ ସହିତ ଏରୂପ କଥାବାର୍ତ୍ତା କଲା, “ପୂର୍ବରେ ତୁମ୍ଭେମାନେ ଆପଣାମାନଙ୍କ ଉପରେ ରାଜା ହେବା ପାଇଁ ଦାଉଦଙ୍କୁ ଚାହିଁ ଥିଲ;

18ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ‘ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.