ଦ୍ୱିତୀୟ ଶାମୁୟେଲ 3

ଏଥିଉତ୍ତାରେ ଅବ୍‍ନର ଇସ୍ରାଏଲର ପ୍ରାଚୀନବର୍ଗ ସହିତ ଏରୂପ କଥାବାର୍ତ୍ତା କଲା, “ପୂର୍ବରେ ତୁମ୍ଭେମାନେ ଆପଣାମାନଙ୍କ ଉପରେ ରାଜା ହେବା ପାଇଁ ଦାଉଦଙ୍କୁ ଚାହିଁ ଥିଲ;

2 Samuel 3:17 (UKJV) And Abner had communication with the elders of Israel, saying, All of you sought for David in times past to be king over you:

15ତହିଁରେ ଈଶ୍‍ବୋଶତ ଲୋକ ପଠାଇ ଲୟିଶର ପୁତ୍ର ପଲ୍ଟୀୟେଲ ନାମକ ତାହାର ସ୍ୱାମୀ ନିକଟରୁ ମୀଖଲକୁ ନେଲା।

16ଏଣୁ ତାହାର ସ୍ୱାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ନଗର ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍‍ନର ତାହାକୁ କହିଲା, “ଯାଅ ଗୃହକୁ ଫେରିଯାଅ,” ତହୁଁ ସେ ଫେରିଗଲା।

17ଏଥିଉତ୍ତାରେ ଅବ୍‍ନର ଇସ୍ରାଏଲର ପ୍ରାଚୀନବର୍ଗ ସହିତ ଏରୂପ କଥାବାର୍ତ୍ତା କଲା, “ପୂର୍ବରେ ତୁମ୍ଭେମାନେ ଆପଣାମାନଙ୍କ ଉପରେ ରାଜା ହେବା ପାଇଁ ଦାଉଦଙ୍କୁ ଚାହିଁ ଥିଲ;

18ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ‘ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।’”

19ଆଉ ଅବ୍‍ନର ବିନ୍ୟାମୀନ୍‍ର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନ୍‍ର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍‍ନର ସେହି ସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.