ଦ୍ୱିତୀୟ ଶାମୁୟେଲ 3

ଆଉ ଅବ୍‍ନର ବିନ୍ୟାମୀନ୍‍ର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନ୍‍ର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍‍ନର ସେହି ସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା।

2 Samuel 3:19 (UKJV) And Abner also spoke in the ears of Benjamin: and Abner went also to speak in the ears of David in Hebron all that seemed good to Israel, and that seemed good to the whole house of Benjamin.

17ଏଥିଉତ୍ତାରେ ଅବ୍‍ନର ଇସ୍ରାଏଲର ପ୍ରାଚୀନବର୍ଗ ସହିତ ଏରୂପ କଥାବାର୍ତ୍ତା କଲା, “ପୂର୍ବରେ ତୁମ୍ଭେମାନେ ଆପଣାମାନଙ୍କ ଉପରେ ରାଜା ହେବା ପାଇଁ ଦାଉଦଙ୍କୁ ଚାହିଁ ଥିଲ;

18ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ‘ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।’”

19ଆଉ ଅବ୍‍ନର ବିନ୍ୟାମୀନ୍‍ର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନ୍‍ର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍‍ନର ସେହି ସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା।

20ଏରୂପେ ଅବ୍‍ନର ଆପଣା ସଙ୍ଗରେ କୋଡ଼ିଏ ଜଣକୁ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍‍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।

21ଏଉତ୍ତାରେ ଅବ୍‍ନର ଦାଉଦଙ୍କୁ କହିଲା, “ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତେ ରାଜତ୍ୱ କରିବେ।” ତହୁଁ ଦାଉଦ ଅବ୍‍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.