19ଆଉ ଅବ୍ନର ବିନ୍ୟାମୀନ୍ର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନ୍ର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍ନର ସେହି ସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା।
20ଏରୂପେ ଅବ୍ନର ଆପଣା ସଙ୍ଗରେ କୋଡ଼ିଏ ଜଣକୁ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
21ଏଉତ୍ତାରେ ଅବ୍ନର ଦାଉଦଙ୍କୁ କହିଲା, “ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତେ ରାଜତ୍ୱ କରିବେ।” ତହୁଁ ଦାଉଦ ଅବ୍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।
22ଏଉତ୍ତାରେ, ଦାଉଦଙ୍କର ସୈନ୍ୟଦଳ ଓ ଯୋୟାବ ପ୍ରଚୁର ଲୁଟିତ ଦ୍ରବ୍ୟ ସଙ୍ଗରେ ନେଇ ଆସିଲେ; ମାତ୍ର ଅବ୍ନର ହିବ୍ରୋଣରେ ଦାଉଦଙ୍କ ସଙ୍ଗରେ ନ ଥିଲା, କାରଣ ଦାଉଦ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଥିଲା।
23ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍ର ପୁତ୍ର ଅବ୍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।”