20ଏରୂପେ ଅବ୍ନର ଆପଣା ସଙ୍ଗରେ କୋଡ଼ିଏ ଜଣକୁ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
21ଏଉତ୍ତାରେ ଅବ୍ନର ଦାଉଦଙ୍କୁ କହିଲା, “ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତେ ରାଜତ୍ୱ କରିବେ।” ତହୁଁ ଦାଉଦ ଅବ୍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।
22ଏଉତ୍ତାରେ, ଦାଉଦଙ୍କର ସୈନ୍ୟଦଳ ଓ ଯୋୟାବ ପ୍ରଚୁର ଲୁଟିତ ଦ୍ରବ୍ୟ ସଙ୍ଗରେ ନେଇ ଆସିଲେ; ମାତ୍ର ଅବ୍ନର ହିବ୍ରୋଣରେ ଦାଉଦଙ୍କ ସଙ୍ଗରେ ନ ଥିଲା, କାରଣ ଦାଉଦ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଥିଲା।
23ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍ର ପୁତ୍ର ଅବ୍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।”
24ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ? ଦେଖନ୍ତୁ, ଅବ୍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରିଦେଲେ, ସେ ତ ଗଲାଣି?