ଦ୍ୱିତୀୟ ଶାମୁୟେଲ 3

ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ? ଦେଖନ୍ତୁ, ଅବ୍‍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରିଦେଲେ, ସେ ତ ଗଲାଣି?

2 Samuel 3:24 (UKJV) Then Joab came to the king, and said, What have you done? behold, Abner came unto you; why is it that you have sent him away, and he is quite gone?

22ଏଉତ୍ତାରେ, ଦାଉଦଙ୍କର ସୈନ୍ୟଦଳ ଓ ଯୋୟାବ ପ୍ରଚୁର ଲୁଟିତ ଦ୍ରବ୍ୟ ସଙ୍ଗରେ ନେଇ ଆସିଲେ; ମାତ୍ର ଅବ୍‍ନର ହିବ୍ରୋଣରେ ଦାଉଦଙ୍କ ସଙ୍ଗରେ ନ ଥିଲା, କାରଣ ଦାଉଦ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଥିଲା।

23ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍‍ର ପୁତ୍ର ଅବ୍‍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।”

24ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ? ଦେଖନ୍ତୁ, ଅବ୍‍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରିଦେଲେ, ସେ ତ ଗଲାଣି?

25ଆପଣ କʼଣ ଜାଣନ୍ତି ନାହିଁ, ନେର୍‍ର ପୁତ୍ର ଅବ୍‍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହି ସବୁ ଜାଣିବାକୁ ଆସିଥିଲା?”

26ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍‍ନରର ପଛରେ ବାର୍ତ୍ତାବହ ପଠାନ୍ତେ, ସେମାନେ ସିରା କୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.