25ଆପଣ କʼଣ ଜାଣନ୍ତି ନାହିଁ, ନେର୍ର ପୁତ୍ର ଅବ୍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହି ସବୁ ଜାଣିବାକୁ ଆସିଥିଲା?”
26ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍ନରର ପଛରେ ବାର୍ତ୍ତାବହ ପଠାନ୍ତେ, ସେମାନେ ସିରା କୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ।
27ପୁଣି ଅବ୍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।
28ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନେର୍ର ପୁତ୍ର ଅବ୍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳ ନିର୍ଦ୍ଦୋଷ;
29ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।”