ଦ୍ୱିତୀୟ ଶାମୁୟେଲ 3

ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍‍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍‍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।

2 Samuel 3:30 (UKJV) So Joab, and Abishai his brother slew Abner, because he had slain their brother Asahel at Gibeon in the battle.

28ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନେର୍‍ର ପୁତ୍ର ଅବ୍‍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳ ନିର୍ଦ୍ଦୋଷ;

29ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।”

30ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍‍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍‍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।

31ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍‍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।

32ଆଉ ସେମାନେ ହିବ୍ରୋଣରେ ଅବ୍‍ନରକୁ କବର ଦେଲେ ଓ ରାଜା ରବ ଉଠାଇ ଅବ୍‍ନର-କବର ନିକଟରେ ରୋଦନ କଲେ ଓ ସମସ୍ତ ଲୋକ ମଧ୍ୟ ରୋଦନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.