29ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।”
30ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।
31ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।
32ଆଉ ସେମାନେ ହିବ୍ରୋଣରେ ଅବ୍ନରକୁ କବର ଦେଲେ ଓ ରାଜା ରବ ଉଠାଇ ଅବ୍ନର-କବର ନିକଟରେ ରୋଦନ କଲେ ଓ ସମସ୍ତ ଲୋକ ମଧ୍ୟ ରୋଦନ କଲେ।
33ପୁଣି ରାଜା ଅବ୍ନର ପାଇଁ ବିଳାପ କରି କହିଲେ, “ଯେପରି ମୂଢ଼ ମରେ, ସେପରି କି ଅବ୍ନରକୁ ମରିବାକୁ ହେଲା?