ଦ୍ୱିତୀୟ ଶାମୁୟେଲ 3

ଆଉ ସେମାନେ ହିବ୍ରୋଣରେ ଅବ୍‍ନରକୁ କବର ଦେଲେ ଓ ରାଜା ରବ ଉଠାଇ ଅବ୍‍ନର-କବର ନିକଟରେ ରୋଦନ କଲେ ଓ ସମସ୍ତ ଲୋକ ମଧ୍ୟ ରୋଦନ କଲେ।

2 Samuel 3:32 (UKJV) And they buried Abner in Hebron: and the king lifted up his voice, and wept at the grave of Abner; and all the people wept.

30ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍‍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍‍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।

31ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍‍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।

32ଆଉ ସେମାନେ ହିବ୍ରୋଣରେ ଅବ୍‍ନରକୁ କବର ଦେଲେ ଓ ରାଜା ରବ ଉଠାଇ ଅବ୍‍ନର-କବର ନିକଟରେ ରୋଦନ କଲେ ଓ ସମସ୍ତ ଲୋକ ମଧ୍ୟ ରୋଦନ କଲେ।

33ପୁଣି ରାଜା ଅବ୍‍ନର ପାଇଁ ବିଳାପ କରି କହିଲେ, “ଯେପରି ମୂଢ଼ ମରେ, ସେପରି କି ଅବ୍‍ନରକୁ ମରିବାକୁ ହେଲା?

34ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବନ୍ଧା ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ।” ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.