33ପୁଣି ରାଜା ଅବ୍ନର ପାଇଁ ବିଳାପ କରି କହିଲେ, “ଯେପରି ମୂଢ଼ ମରେ, ସେପରି କି ଅବ୍ନରକୁ ମରିବାକୁ ହେଲା?
34ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବନ୍ଧା ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ।” ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ।
35ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”
36ତହିଁରେ ସମସ୍ତ ଲୋକ ବୁଝିଲେ ଓ ତାହା ସେମାନଙ୍କ ଦୃଷ୍ଟିରେ ଭଲ ଦେଖାଗଲା; ରାଜା ମଧ୍ୟ ଯାହା ଯାହା କଲେ, ତାହାସବୁ ସମସ୍ତ ଲୋକଙ୍କ ଦୃଷ୍ଟିରେ ଭଲ ଥିଲା।
37ଏହିରୂପେ ନେର୍ର ପୁତ୍ର ଅବ୍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।