35ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”
36ତହିଁରେ ସମସ୍ତ ଲୋକ ବୁଝିଲେ ଓ ତାହା ସେମାନଙ୍କ ଦୃଷ୍ଟିରେ ଭଲ ଦେଖାଗଲା; ରାଜା ମଧ୍ୟ ଯାହା ଯାହା କଲେ, ତାହାସବୁ ସମସ୍ତ ଲୋକଙ୍କ ଦୃଷ୍ଟିରେ ଭଲ ଥିଲା।
37ଏହିରୂପେ ନେର୍ର ପୁତ୍ର ଅବ୍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।
38ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?
39ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”