ଦ୍ୱିତୀୟ ଶାମୁୟେଲ 3

ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?

2 Samuel 3:38 (UKJV) And the king said unto his servants, Know all of you not that there is a prince and a great man fallen this day in Israel?

36ତହିଁରେ ସମସ୍ତ ଲୋକ ବୁଝିଲେ ଓ ତାହା ସେମାନଙ୍କ ଦୃଷ୍ଟିରେ ଭଲ ଦେଖାଗଲା; ରାଜା ମଧ୍ୟ ଯାହା ଯାହା କଲେ, ତାହାସବୁ ସମସ୍ତ ଲୋକଙ୍କ ଦୃଷ୍ଟିରେ ଭଲ ଥିଲା।

37ଏହିରୂପେ ନେର୍‍ର ପୁତ୍ର ଅବ୍‍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।

38ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?

39ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍‍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.