ଦ୍ୱିତୀୟ ଶାମୁୟେଲ 3

ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍‍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା।

2 Samuel 3:6 (UKJV) And it came to pass, while there was war between the house of Saul and the house of David, that Abner made himself strong for the house of Saul.

4ପୁଣି ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; ପୁଣି ପଞ୍ଚମ ଶଫଟୀୟ, ସେ ଅବିଟଲର ପୁତ୍ର।

5ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାର ପୁତ୍ର; ହିବ୍ରୋଣରେ ଦାଉଦଙ୍କର ଏହିସବୁ ପୁତ୍ର ଜାତ ହେଲେ।

6ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍‍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା।

7ମାତ୍ର ଶାଉଲଙ୍କର ଏକ ଉପପତ୍ନୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି ଈଶ୍‍ବୋଶତ ଅବ୍‍ନରକୁ କହିଲା, “ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପତ୍ନୀ ସହିତ ସହବାସ କଲ?”

8ତେବେ ଅବ୍‍ନର ଈଶ୍‍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋʼ ଉପରେ ଆରୋପ କରୁଅଛ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.