ଦ୍ୱିତୀୟ ଶାମୁୟେଲ 3

ମାତ୍ର ଶାଉଲଙ୍କର ଏକ ଉପପତ୍ନୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି ଈଶ୍‍ବୋଶତ ଅବ୍‍ନରକୁ କହିଲା, “ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପତ୍ନୀ ସହିତ ସହବାସ କଲ?”

2 Samuel 3:7 (UKJV) And Saul had a concubine, whose name was Rizpah, the daughter of Aiah: and Ishbosheth said to Abner, Wherefore have you gone in unto my father's concubine?

5ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାର ପୁତ୍ର; ହିବ୍ରୋଣରେ ଦାଉଦଙ୍କର ଏହିସବୁ ପୁତ୍ର ଜାତ ହେଲେ।

6ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍‍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା।

7ମାତ୍ର ଶାଉଲଙ୍କର ଏକ ଉପପତ୍ନୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି ଈଶ୍‍ବୋଶତ ଅବ୍‍ନରକୁ କହିଲା, “ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପତ୍ନୀ ସହିତ ସହବାସ କଲ?”

8ତେବେ ଅବ୍‍ନର ଈଶ୍‍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋʼ ଉପରେ ଆରୋପ କରୁଅଛ?

9ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.