ଦ୍ୱିତୀୟ ଶାମୁୟେଲ 4

ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି?”

2 Samuel 4:11 (UKJV) How much more, when wicked men have slain a righteous person in his own house upon his bed? shall I not therefore now require his blood of your hand, and take you away from the earth?

9ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋʼ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,

10ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେ କରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,’ ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଲଗ୍‍ଠାରେ ବଧ କଲି।

11ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି?”

12ତହିଁରେ ଦାଉଦ ଆପଣା ଯୁବାମାନଙ୍କୁ ଆଜ୍ଞା ଦିଅନ୍ତେ, ସେମାନେ ସେମାନଙ୍କୁ ବଧ କଲେ, ଆଉ ସେମାନଙ୍କର ହସ୍ତ ଓ ପାଦ ଛେଦନ କରି ହିବ୍ରୋଣର ପୁଷ୍କରିଣୀ ନିକଟରେ ଟଙ୍ଗାଇ ଦେଲେ। ମାତ୍ର ସେମାନେ ଈଶ୍‍ବୋଶତର ମସ୍ତକ ନେଇ ହିବ୍ରୋଣରେ ଅବ୍‍ନର-କବରରେ କବର ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.