10ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେ କରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,’ ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଲଗ୍ଠାରେ ବଧ କଲି।
11ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି?”
12ତହିଁରେ ଦାଉଦ ଆପଣା ଯୁବାମାନଙ୍କୁ ଆଜ୍ଞା ଦିଅନ୍ତେ, ସେମାନେ ସେମାନଙ୍କୁ ବଧ କଲେ, ଆଉ ସେମାନଙ୍କର ହସ୍ତ ଓ ପାଦ ଛେଦନ କରି ହିବ୍ରୋଣର ପୁଷ୍କରିଣୀ ନିକଟରେ ଟଙ୍ଗାଇ ଦେଲେ। ମାତ୍ର ସେମାନେ ଈଶ୍ବୋଶତର ମସ୍ତକ ନେଇ ହିବ୍ରୋଣରେ ଅବ୍ନର-କବରରେ କବର ଦେଲେ।