ଦ୍ୱିତୀୟ ଶାମୁୟେଲ 4

ପୁଣି ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍-ବଂଶଜାତ ବେରୋତୀୟ ରିମ୍ମୋନ୍‍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍‍ର ଅଧିକାରରେ ଗଣିତ;

2 Samuel 4:2 (UKJV) And Saul's son had two men that were captains of bands: the name of the one was Baanah, and the name of the other Rechab, the sons of Rimmon a Beerothite, of the children of Benjamin: (for Beeroth also was reckoned to Benjamin.

1ଆଉ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍‍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ନିରାଶ ହେଲେ।

2ପୁଣି ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍-ବଂଶଜାତ ବେରୋତୀୟ ରିମ୍ମୋନ୍‍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍‍ର ଅଧିକାରରେ ଗଣିତ;

3ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ବାସ କରୁଅଛନ୍ତି।)

4ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ିଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.